ଓଡିଆନ୍ ନ୍ୟୁଜ

151

ବାରିପଦାରେ ୪୫୦୦ କୋଟିି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

Team Odian News |

ବାରିପଦାରେ ୪୫୦୦ କୋଟିି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ 


ଭୁବନେଶ୍ୱର,୫/୧(ଓଡ଼ିଆନ ନ୍ୟୁଜ ): ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରିପଦାରେ ୪୫ଶହ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ  କରିଛନ୍ତି । ଏହାରି ଭିତରେ ରହିଛି ନୂଆ ସଡ଼କପଥ, ରେଳପଥ, ଏଲପିଜି ପାଇପ୍ ଲାଇନ୍, ନୂଆ ପାସେଂଜର ଟ୍ରେନ ଏବଂ ଏକ ଲଜିଷ୍ଟିକ୍ସ ପାର୍କ । ତିନିଟି ରାଜପଥ ପ୍ରକଳ୍ପର ଭୂମି ପୂଜା କରିଛନ୍ତି । ରେମୁଲି-କୋଇଡା, କୋଇଡା- ରାଜାମୁଣ୍ଡା ଓ ସିଙ୍ଗରା- ବିଂଜବାହାଳ ୪ ଲେନ୍ ବିଶିଷ୍ଟ ରାଜପଥର ଶିଳାନ୍ୟାସ କରିଛନ୍ତି ମୋଦି । ଏହି ରାଜପଥ ପାଇଁ ୩୩୧୮ କୋଟି ଟଙ୍କାର ପୁଂଜି ନିବେଶ ହୋଇଛି ।ସେହିପରି ବାଲେଶ୍ୱର- ହଳଦିଆ-ଦୁର୍ଗାପୁର ଏଲପିଜି ପାଇପ୍ ଲାଇନର୍ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ପ୍ରକଳ୍ପ ପାଇଁ ୧୦୮୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ସେହିପରି ୨ଟି ରେଳ ଲାଇନ ମଧ୍ୟ ଲୋକାର୍ପିତ କରିଛନ୍ତି ମୋଦି । ବାଲେଶ୍ୱରଠାରେ ନିର୍ମିତ ମଲ୍ଟି ମୋଡାଲ ଲଜିଷ୍ଟିକ୍ସ ପାର୍କର ମଧ୍ୟ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହା ସହ ଭଦ୍ରକ, କଟକ, ଆସ୍କା, ଯାଜପୁର, ଢେଙ୍କାନାଳ ଓ କେନ୍ଦୁଝରଠାରେ ନୂଆ ପାସପୋର୍ଟ ସେବା କେନ୍ଦ୍ର ଖୋଲାଯାଇଛି । ତେବେ ବାରିପଦା ଗସ୍ତ ଅବସରରେ ମୋଦି ହରିପୁରଗଡ ଠାରେ ଥିବା ରସିକରାୟ ମନ୍ଦିର ଓ ଖନନ କରାଯାଇଥିବା ଢାଂଚାର ସଂରକ୍ଷଣ ଏବଂ ବିକାଶ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ବିଶାଳ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜୁଏଲ ଓରାମ ପ୍ରମୁଖ ଉପସ୍ଥିତ ଥିଲେ।