ଓଡିଆନ୍ ନ୍ୟୁଜ

183

କାଳିଆ ଯୋଜନା ଆବେଦନ ସମୟ ବଢ଼ିଲା

Team Odian News |

କାଳିଆ ଯୋଜନା ଆବେଦନ ସମୟ ବଢ଼ିଲା 


ଭୁବନେଶ୍ୱର,୯/୧(ଓଡ଼ିଆନ ନ୍ୟୁଜ):  କାଳିଆ ଯୋଜନାରେ ସାମିଲ ହେବା ପାଇଁ ଚାଷୀମାନଙ୍କର ଆଗ୍ରହକୁ ଦୃଷ୍ଟିରେ ରଖି ଆବେଦନ ଫର୍ମ ଦାଖଲର ଶେଷ ତାରିଖ ଜାନୁୟାରୀ ୧୦ରୁ ଜାନୁଆରି ୧୫ ତାରିଖକୁ ଘୁଞ୍ଚାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ ଜାନୁଆରି ୨୫ ତାରିଖରୁ ଆରମ୍ଭ ହୋଇ ଫେବୃୟାରୀ  ୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଆଜି ଘୋଷଣା କରାଯାଇଛି  । ଆବଶ୍ୟକସ୍ଥଳେ ତୃତୀୟ ପର୍ଯ୍ୟାୟ ଆବେଦନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କହିଛନ୍ତି । କାଳିଆ ଯୋଜନାରୁ ଯେପରି ଜଣେ ବି ଯୋଗ୍ୟ ଚାଷୀ ବାଦ୍‌ ନ ପଡେ, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ଏଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ଚାଷୀଙ୍କ ପାଇଁ ଖୁସି ଖବର ବୋଲି କୁହାଯାଉଛି।