ଓଡିଆନ୍ ନ୍ୟୁଜ

617

ସହିଦ୍‍ ଦିବସରେ ପୂଜା ପାଇଲେ ରଘୁ ନାୟକଙ୍କ ସହ ମହାତ୍ମା ଗାନ୍ଧୀ

Team Odian News |

ସହିଦ୍‍ ଦିବସରେ ପୂଜା ପାଇଲେ  ରଘୁ ନାୟକଙ୍କ ସହ ମହାତ୍ମା ଗାନ୍ଧୀ
ରାଜକନିକା,୩୦ା୧(ଓଡ଼ିଆନ ନ୍ୟୁଜ):  ଆଜି ସାରା ରାଜ୍ୟରେ ପାଳିତ ହୋଇଛି ସହିଦ୍‍ ଦିବସ  । ହେଲେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‍ ଜାଗୁଳାଇପଡ଼ାରେ ରହିଥିବା ଗାନ୍ଧୀ ଏବଂ ରଘୁଙ୍କ ମିଳିତ ପ୍ରତିମୂର୍ତ୍ତିରେ  ଗାନ୍ଧୀରଘୁ ସ୍ମୃତି କମିଟି, ଗ୍ରାମବାସୀ ଏବଂ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କୁ ମନେପକାଇଛନ୍ତି  । ଗାନ୍ଧୀ ଓ ରଘୁଙ୍କ ମିଳିତ ପ୍ରତିମୂର୍ତ୍ତିରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ସହିତ ଅତିଥିମାନେ ପୁଷ୍ଫମାଲ୍ୟ ଅର୍ପଣ କରିଥିଲେ । ଗାନ୍ଧିଜୀଙ୍କ ପ୍ରିୟ ଭଜନ ରଘୁପତି ରାଘବ ରାଜା ରାମକୁ ଛାତ୍ର ଛାତ୍ରୀମାନେ ଗାନକରି ଗ୍ରାମପରିକ୍ରମା କରିଥିଲେ । ଶିକ୍ଷାବିତ୍‍ ରାମଚନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶହୀଦ ଦିବସରେ ଜାଏମାଳବ ନୋଡ଼ାଲ ବିଦ୍ୟାଳୟର ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ସାହୁ,ଶିକ୍ଷୟତ୍ରୀ ସ୍ନିଗ୍ଧାମୟୀ ନାୟକ, ସେଫାଳୀ କୁମାରୀ ନାୟକ, ଦିପାରାଣୀ ସେଠୀ, ମମତା ଦାସ ଏବଂ ଶିକ୍ଷକ ଦୁର୍ଯ୍ୟେଧନ ସ୍ୱାଇଁ ଯୋଗଦେଇ ଗାନ୍ଧୀ ଏବଂ ରଘୁଙ୍କ ଜୀବନାଦର୍ଶ ସଂପର୍କରେ ଆଲୋକପାତ୍‍ କରିଥିଲେ । 
ସହିଦ୍‍ ଦିବସରେ ଗାନ୍ଧୀସେବକ ରଘୁନାୟକଙ୍କ ବୀରତ୍ୱ କଥାକୁ  କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ସ୍ମୃତିଚାରଣ ସହିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାନଯିବା ଘଟଣାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି  ।  ପ୍ରକାଶଥାଉକି ଆତତାୟୀ ନାଥୁରାମର ବନ୍ଧୁକ ଗୁଳିରେ ଟଳିପଡ଼ିଥିଲେ ଗାନ୍ଧୀ । ଆଉ ସେହି ସମୟରେ ବିରଳାଭବନର ମାଳି ଓଡ଼ିଆ ପୁଅ ରଘୁ ନାୟକ ବୀରତ୍ୱର ସହିତ ନାଥୁରାମଙ୍କୁ କାବୁ କରି ପୋଲିସର ଜିମା ଦେଇଥିଲେ । ଗାନ୍ଧିଜୀଙ୍କୁ ତକ୍ରାଳ କୋଳକୁ ଟେକିନେଇଥିଲେ, ରଘୁ । ଗାନ୍ଧୀ ସେବକ ରଘୁ ନାୟକଙ୍କ କୋଳରେ ମଥା ରଖି ‘ହେ-ରାମ’କହି ଏ ଜାତିର ଚିର ନମସ୍ୟ ମହାତ୍ମା ଗାନ୍ଧୀ ତ୍ୟାଗ କରିଥିଲେ ଶେଷ ନିଃଶ୍ୱାସ । ରଘୁଙ୍କ ବୀରତ୍ୱ ଓ ସାହାସିକତା ପାଇଁ ତକ୍ରାଳୀନ ରାଷ୍ଟ୍ରପତି ଡ଼ଃ ରାଜେନ୍ଦ୍ର ପ୍ରସାଦଙ୍କ ଠାରୁ ମିଳିଥିଲା ୫୦୦ଟଙ୍କାର ପୁରସ୍କାର ସହିତ ଏକ ସନନ୍ଦପତ୍ର । ଏହା ଭିତରେ ବିତିଯାଇଥିଲା ଅନେକ ବର୍ଷ । ସେ ବିରଳା ଭବନର ମାଳି ଥିଲେ  । ହେଲେ ରଘୁ ନାଥଙ୍କୁ ଜୀବିତ ଅବସ୍ଥାରେ ଓଡ଼ିଆ ଜାତି ଦେଇପାରିଲାନି ସମ୍ମାନ । ଆର୍ଥିକ ଅନଟନ ମଧ୍ୟରେ ୧୩ ଅଗଷ୍ଟ ୧୯୮୩ ମସିହାରେ ୭୨ ବର୍ଷ ବୟସରେ ରୋଗଶର୍ଯ୍ୟାରେ ପଡ଼ି ପଡ଼ି ତାଙ୍କର ମୃତ୍ୟୁହୋଇଥିଲା । ୨୦୦୫ ମସିହାରେ ଏକ ଖବର କାଗଜରେ ଅବହେଳିତ ରଘୁଙ୍କ ସଂପର୍କରେ  ପାଠ କରି ଜର୍ମାନୀର ଏକ ଅଟୋମୋବାଇଲ କମ୍ପାନୀ ଡ଼ାମଲରଖ୍ରୀସଲରର ମୁଖ୍ୟ ବର୍ଣ୍ଣ ଆଡ୍‍ଲର ରଘୁଙ୍କ ଜନ୍ମସ୍ଥାନ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‍ର ଜାଗୁଳାଇପଡ଼ା ଗ୍ରାମରେ ପହଞ୍ଚିଥିଲେ । ବିଦେଶୀ ଗାନ୍ଧୀପ୍ରେମୀ ଜାଗୁଳାଇପଡ଼ା ଗ୍ରାମରେ ଗାନ୍ଧୀ-ରଘୁଙ୍କ ମିଳିତ ପ୍ରତିମୂର୍ତ୍ତ ପ୍ରତିଷ୍ଠା କରିଥିଲେ ।