ଓଡିଆନ୍ ନ୍ୟୁଜ

165

କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଆଦି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

Team Odian News |

କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଆଦି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪/୨ (ଓଡ଼ିଆନ ନ୍ୟୁଜ) : ଆଜି ରାତି ସାଢ଼େ ୧୧ଟାରୁ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା।ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ଗତକାଲି ରାଜଧାନୀ ଭୁବନେଶ୍ୱର ପାରଦ ସର୍ବାଧିକ ରହିଥିଲା। ଯାହାଫଳରେ ଦିନରେ ଗରମ ଅନୁଭବ ହୋଇଥିଲା।କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଆଦି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଅନୁଗୁଳ, କନ୍ଧମାଳ ଆଦି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଗତ ୨ରୁ ୩ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବା ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।