ଓଡିଆନ୍ ନ୍ୟୁଜ

107

ଅନନ୍ତ ଜେନା ଓ ସୌମ୍ୟ ପଟ୍ଟନାୟକଙ୍କୁ ବିଜେଡି ଟିକେଟ୍

Team Odian News |

ଅନନ୍ତ ଜେନା ଓ ସୌମ୍ୟ ପଟ୍ଟନାୟକଙ୍କୁ ବିଜେଡି ଟିକେଟ୍
ଭୁବନେଶ୍ୱର୨/୪( ଓଡ଼ିଆନ୍‍ ନ୍ୟୁଜ୍‍): : ବିଜେଡି ଆଜି ୭ଟି ବିଧାନସଭା ଓ ୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି।
ଶେଷରେ ଚାପର ବଶବର୍ତ୍ତୀ ହୋଇ ଭୁବନେଶ୍ୱର-ମଧ୍ୟ ବିଧାନସଭା ଆସନରୁ ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନାଙ୍କୁ ବିଜେଡି ଟିକେଟ୍ ଦେଇଛି। ସେଠାରେ ବିଧାୟକ ବିଜୟ ମହାନ୍ତିଙ୍କ ଟିକେଟ୍ କଟିଛି।ସେହିପରି ଖଣ୍ଡପଡ଼ା ବିଧାୟକ ଅନୁଭବ ପଟ୍ଟନାୟକଙ୍କ ପରିବର୍ତ୍ତେ ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଖଣ୍ଡପଡ଼ାରୁ ପ୍ରାର୍ଥୀ କରାଯାଇଛି। ବିଜେଡି ଏପର‌୍ୟ୍ୟନ୍ତ ୧୪୪ଟି ବିଧାନସଭା ଓ ସମସ୍ତ ୨୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ।