ଓଡିଆନ୍ ନ୍ୟୁଜ

182

କାଳବୈଶାଖୀ ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

Team Odian News |

କାଳବୈଶାଖୀ ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି 

ଆଜି ରାତିରେ ୮ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ଝଡ଼ପବନ ବଜ୍ରପାତର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ଜିଲ୍ଲା ଗୁଡିକ ହେଉଛି ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼, କନ୍ଧମାଳ,କୋରାପୁଟ ଓ ମୟୂରଭଞ୍ଜ । କାଳବୈଶାଖୀ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ। ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼ ଓ ଭଦ୍ରକ ଜିଲାର କେତେକ ସ୍ଥାନରେ କାଳବୈଶାଖୀ ସହ ବର୍ଷ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆହରି ପ୍ରଭାବରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ କମିବ ବୋଲି କୁହାଯାଇଛି ।