ଓଡିଆନ୍ ନ୍ୟୁଜ

211

ସରିଲା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ

Team Odian News |

ସରିଲା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ


ଭୁବନେଶ୍ୱର ,୨୯/୪(ଓଡ଼ିଆନ ନ୍ୟୁଜ): ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ  ଏବେଯାଏଁ କିଛି ସ୍ଥାନରେ ଜାରି ରହିଛି। ଏହି ପର୍ଯ୍ୟାୟରେ ଆଜି ରାଜ୍ୟରେ ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ରାଜ୍ୟରେ ଦିନ ୫ଟା ୩୦ ସୁଦ୍ଧା ୬୬ ପ୍ରତିଶତ ମତଦାନ ହୋଇଛି। ମୟୂରଭଞ୍ଜ ଜିଲ୍ଲାରେ ୬୬ ପ୍ରତିଶତ, ଯାଜପୁରରେ ୬୫ ପ୍ରତିଶତ ମତଦାନ ହୋଇଛି। କେନ୍ଦ୍ରାପଡ଼ାରେ ୬୫, ଜଗତସିଂହପୁରରେ ୬୪ ପ୍ରତିଶତ, ବାଲେଶ୍ୱର ୬୪ ପ୍ରତିଶତ ଏବଂ ଭଦ୍ରକ ୬୮ ପ୍ରତିଶତ ମତଦାନ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି। ଦିନ ୧ଟା ସୁଦ୍ଧା ୩୫ ପ୍ରତିଶତ ଓ ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଥିଲା ।