ଓଡିଆନ୍ ନ୍ୟୁଜ

128

ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା

Team Odian News |

ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା            
 ଭୁବନେଶ୍ୱର(ଓଡ଼ିଆନ୍‍ ନ୍ୟୁଜ୍‍) 6|19: ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ଅଧିକ ପରିମାଣରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ତା’ସହିତ ମାଲକାନଗିରି, ରାୟଗଡ଼ା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତସିଂହପୁର ଆଦି ଜିଲ୍ଲାରେ ଅଧିକ ବର୍ଷିପାରେ। ସେହିପରି ରାଜ୍ୟରେ ଅନ୍ୟ କିଛି ସ୍ଥାନରେ ସାମାନ୍ୟ ବର୍ଷା ସହ ଘଡ଼ଘଡ଼ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।