ଓଡିଆନ୍ ନ୍ୟୁଜ

106

ଡିପ୍‌ ଡିପ୍ରେସନ୍‌ ରୂପ ନେଲା ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Team Odian News |

ଭୁବନେଶ୍ୱର(ଓଡ଼ିଆନ୍‍ ନ୍ୟୁଜ୍‍): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଏହା ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି। ଧିରେ ଧିରେ ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼,ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଜି ସୋନପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ମଧ୍ୟ ବର୍ଷା ହୋଇପାରେ।ସମୁଦ୍ର ଅଶାନ୍ତ ଥିବାରୁ ଆସନ୍ତା ୨ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି ।