ଓଡିଆନ୍ ନ୍ୟୁଜ

206

ଢେଙ୍କାନାଳ ନର୍ଭେରାମ ଷ୍ଟିଲ୍‌ ପ୍ଲାଣ୍ଟ୍‌ରେ ଅଗ୍ନିକାଣ୍ଡ, ୬ ଶ୍ରମିକ ଆହତ, ୨ ଗୁରୁତର

Team Odian News |

ଢେଙ୍କାନାଳ ନର୍ଭେରାମ ଷ୍ଟିଲ୍‌ ପ୍ଲାଣ୍ଟ୍‌ରେ ଅଗ୍ନିକାଣ୍ଡ, ୬ ଶ୍ରମିକ ଆହତ, ୨ ଗୁରୁତର
ଢେଙ୍କାନାଳ, ଅକ୍ଟୋବର ୩(ଓଡ଼ିଆନ୍‍ ନ୍ୟୁଜ୍‍): ଢ଼େଙ୍କାନାଳ ନର୍ଭେରାମ ପାୱାର ଏଣ୍ଡ ଷ୍ଟିଲ ପ୍ଲାଂଟରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ୨ ଜଣ କର୍ମଚାରୀଙ୍କ ଅବସ୍ଥା ଗୁରୁତର ହୋଇଥିବାବେଳେ ୬ ଜଣ ଶ୍ରମିକ ଆହତ ହୋଇଛନ୍ତି । ସମସ୍ତ ଗୁରୁତର ଓ ଆହତଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମିଳିଥିବା ସୂଚନାନୁସାରେ ପ୍ଲାଣ୍ଟରେ ହଠାତ୍‌ ନିଆଁ ଲାଗିଯାଇଥିଲା । ଫଳରେ ସେଠାରେ କାମ କରୁଥିବା ଶ୍ରମିକଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ହୋଇ ପଡ଼ିଥିଲା । ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଛନ୍ତି । ଏହି ଅଗ୍ନିକାଣ୍ଡରେ କାହାର ପ୍ରାଣହାନି ହୋଇ ନ ଥିବା ସୂଚନା ମିଳିଛି । ଗ୍ୟାସ ଲିକ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ପ୍ରକାଶ ପାଉଛି । ଘଟଣାସ୍ଥଳରେ ଅଗ୍ନିଶମ ଅଧିକାରୀ ଓ ପୋଲିସ ପହଁଚି ତନାଘନା କରୁଛନ୍ତି ।