ଓଡିଆନ୍ ନ୍ୟୁଜ

17

କଟକରେ ପହଞ୍ଚିଲେ ଜଗା କାଳିଆ

Team Odian News |

କଟକ : କଟକରେ ପହଞ୍ଚିଲେ ଜଗା କାଳିଆ। ରାଜଧାନୀ ଏକ୍ସପ୍ରେସ୍‌ରେ ଦିଲ୍ଲୀରୁ ଆସି ସେମାନେ କଟକ ରେଳ ଷ୍ଟେସନରେ ପହଞ୍ଚିଛନ୍ତି। କଟକରେ ପହଞ୍ଚିବା ପରେ ଏକ ସ୍ୱତନ୍ତ୍ର ଆମ୍ବୁଲାନ୍ସରେ ଉଭୟଙ୍କୁ ଏସ୍‌ସିବିକୁ ନିଆଯିବ।  ଏସସିବିରେ ଜଗା, କାଳିଆଙ୍କ ପାଇଁ ଆଇସିୟୁ ସୁବିଧା ଥିବା ଦୁଇ ଶଯ୍ୟା ବିଶିଷ୍ଟ କୋଠରୀ ବ୍ୟବସ୍ଥା ହୋଇଛି।

ଚିକିତ୍ସା ପାଇଁ ୧୬ ଜଣିଆ ଟିମ୍ ଗଠନ କରାଯାଇଛି। ଆବଶ୍ୟକ ହେଲେ ଅଧିକ ଡାକ୍ତରଙ୍କୁ ଟିମ୍‌ରେ ସାମିଲ କରାଯିବ ବୋଲି ମେଡିକାଲ ଅଧିକ୍ଷକ କହିଛନ୍ତି।

ଗତକାଲିଠୁ ଦିଲ୍ଲୀରୁ ରାଜଧାନୀ ଏକ୍ସପ୍ରେସରେ ବାହାରିଛନ୍ତି ଜଗା ଏବଂ କାଳିଆ। ଦିଲ୍ଲୀ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗ ମୁଖ୍ୟ ଡାକ୍ତର ଦୀପକ ଗୁପ୍ତା ଓ ନ୍ୟୁରୋ ଆନାସ୍ଥେସିଆ ବିଭାଗ ଡାକ୍ତର ଗିରିଜା ରଥଙ୍କ ସହ ଓଡ଼ିଶା ନିବାସ କର୍ମଚାରୀଙ୍କୁ ମିଶାଇ ମୋଟ ୧୧ ଜଣ ଜଗା-କାଳିଆଙ୍କ ସହ ଆସୁଛନ୍ତି। ୬ ଜଣିଆ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ମଧ୍ୟରୁ ୪ଜଣ ଏମ୍ସ ଡାକ୍ତର ରହିବେ। କନ୍ଧମାଳ ଜିଲ୍ଲାର ଯୋଡ଼ାମୁଣ୍ଡ ଶିଶୁ ଜଗା କାଳିଆଙ୍କୁ ଜୁନ୍ ୨୦୧୭ରେ ସଫଳତାର ସହ ଅପରେସନ୍ କରାଯାଇଥିଲା। ସେବେଠୁ ଦୁଇ ଶିଶୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ।