ଓଡିଆନ୍ ନ୍ୟୁଜ

12

ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ,ପ୍ରତାପ ମିଶ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ

Team Odian News |

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ବିଶ୍ୱନାଥ ସାହୁଙ୍କୁ ରାଜସ୍ୱ ପର୍ଷଦ ସଦସ୍ୟଙ୍କ ଅଧୀନରେ ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟରେ ଅତିରିକ୍ତ କମିଶନର ଭାବେ ଅବସ୍ଥାପିତ କରାଯାଇଛି।

ସେହିପରି ତୁଷାରକାନ୍ତ ମହାନ୍ତିଙ୍କୁ ଭୁବନେଶ୍ୱରସ୍ଥିତ କାରଗାର ନିର୍ଦ୍ଦେଶାଳୟରେ ଅତିରିକ୍ତି କାରଗାର ଆଇଜି, ପ୍ରଦୀପ କୁମାର ଗରଦିଆଙ୍କୁ ଓଡ଼ିଶା ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ, ଚିତ୍ତରଞ୍ଜନ ପାତ୍ରଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ପ୍ରତାପ କୁମାର ମିଶ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ, ଶୁଭେନ୍ଦ୍ର କୁମାର ନାୟକଙ୍କୁ ଶିଳ୍ପ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।