ଓଡିଆନ୍ ନ୍ୟୁଜ

32

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ଡଙ୍ଗା ବୁଡ଼ି ୧୧ ମୃତ

Team Odian News |

ଭୋପାଳ: ମଧ୍ୟପ୍ରଦେଶର ଭୋପାଳରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଏକ ଅଘଟଣ ଘଟିଛି। ମୂର୍ତ୍ତି ବିସର୍ଜନ ବେଳେ ଖଟ୍‌ଲାପୁରା ଘାଟରେ ଭାରସାମ୍ୟ ହରାଇ ଡଙ୍ଗା ବୁଡ଼ି ଯିବା ଫଳରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ପୁଲିସ୍‌ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଦ୍ଧାରକାରୀ ଦଳ ୫ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିବା ଜଣାପଡ଼ିଛି। ଏବେବି କିଛି ଲୋକ ନିଖୋଜ ଥିବା ସନ୍ଦେହ କରାଯାଉଛି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ସୂଚନା ଅନୁସାରେ, ଆଜି ଭୋର ପ୍ରାୟ ୪ଟା ୩୦ ମିନିଟ୍ ସମୟରେ ଏହି ଅଘଟଣ ଘଟିଛି। ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡଙ୍ଗାରେ ଅଧିକ ଲୋକ ଥିବାରୁ ଏହା ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲା।