ଓଡିଆନ୍ ନ୍ୟୁଜ

28

ଅର୍ଥତତ୍ତ୍ୱ ଚିଟଫଣ୍ଡ ମାମଲାରେ ଗିରଫ ହେଲେ ଓସିଏର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା

Team Odian News |

କଟକ: ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିଛି। ଆଜି ସକାଳ ପ୍ରାୟ ୭ଟା ସମୟରେ ସିବିଆଇ ଆଶୀର୍ବାଦଙ୍କ ଘରେ ଚଢ଼ାଉ କରିଥିଲା। ଏହାପରେ ତାଙ୍କୁ ଗିରଫ କରିଥିବା ଜଣାପଡିଛି। ଅର୍ଥତତ୍ତ୍ୱ ଚିଟଫଣ୍ଡ ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ପୂର୍ବରୁ ଆଶୀର୍ବାଦଙ୍କ ନାଁରେ ସିବିଆଇ ଚାର୍ଜସିଟ୍ ଦାଖଲ କରିଥିଲା।                                                                          ସୂଚନାଯୋଗ୍ୟ ସିବିଆଇ ପୂର୍ବରୁ ଆଶୀର୍ବାଦଙ୍କ ନାଁରେ ଚାର୍ଜସିଟ୍‌ ଦାଖଲ କରିଥିଲା ଏବଂ ଜେରା କରିଥିଲା ।ଏହି ମାମଲାର ଅନ୍ୟ ଦୁଇ ଅଭିଯୁକ୍ତହେଲେ ଖାରବେଳ ନଗର ଥାନା ପାଖରେ ଥିବା ହୋଟେଲ ସୋଲାନ ଇନ୍‌ର ମାଲିକ କମଳାକାନ୍ତ ଦାସ ଓ ଏଟି ଗ୍ରୁପ୍‌ ନିର୍ଦ୍ଦେଶକ ସମ୍ବିତ ଖୁଣ୍ଟିଆ। ସମ୍ବିତଙ୍କୁ ୨୦୧୪ ଅଗଷ୍ଟ ୧୬ରେ ଖୋର୍ଦ୍ଧା ବାଟମଙ୍ଗଳା ହାଉସିଂବୋର୍ଡରେ ଥିବା ତାଙ୍କ ଘରୁ ସିବିଆଇ ଗିରଫ କରିଥିଲା