ଓଡିଆନ୍ ନ୍ୟୁଜ

23

ବର୍ଷା ସହ ବଜ୍ରପାତ ସମ୍ଭାବନା; ୧୩ ଜିଲ୍ଲାକୁ ସତର୍କ ସୂଚନା

Team Odian News |

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ଗଜପତି ଓ କେନ୍ଦୁଝର। ଦିନ ୧୦ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୩ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି।