ଓଡିଆନ୍ ନ୍ୟୁଜ

23

ଧାନ ବିକ୍ରିର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା

Team Odian News |

ଭୁବନେଶ୍ୱର: ଚଳିତବର୍ଷ ସଂଗ୍ରହ ହେବ ୬୦ଲକ୍ଷ ଟନ୍ ଧାନ। ଏହାସହ ୪୧ଲକ୍ଷ ଟନ୍ ଚାଉଳ ସଂଗ୍ରହ ହେବ । ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ ବିକା ଟଙ୍କା ମିଳୁଥିଲା। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୧୯-୨୦କୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଚଳିତବର୍ଷ ସଂଗ୍ରହ ହେବ ୬୦ଲକ୍ଷ ଟନ୍ ଧାନ। ଏହାସହ ୪୧ଲକ୍ଷ ଟନ୍ ଚାଉଳ  ସଂଗ୍ରହ ହେବ ବୋଲି ସରକାର ଲକ୍ଷ୍ୟଧାର୍ଯ୍ୟ କରିଛନ୍ତି। ଆଜି ବସିଥିବା ରାଜ୍ୟ କ୍ୟାବିନେଟରେ  ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ| ତେବେ ଗତ ବର୍ଷଠାରୁ ଚଳିତ ବର୍ଷ ପ୍ରାୟ ୫ ଲକ୍ଷ ମେଟ୍ରିକ ଟନ୍‌ ଧାନ ଓ ଚାଉଳ କମ୍‌ ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ୨୦୧୮-୧୯ରେ ୬୫.୪୯ ଲକ୍ଷ ମେଟ୍ରିକ ଟନ୍‌ ଧାନ ଓ ଏଥିରୁ ବାହାରୁଥିବା ୪୪.୪୨ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟଧାର୍ଯ୍ୟ କରିଥିଲେ। ରାଜ୍ୟ କ୍ୟାବିନେଟରେ  ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ|ସେ କହିଛନ୍ତି ଯେ, ଆବଶ୍ୟକ ହେଲେ ସରକାର ଚାଷୀଙ୍କଠାରୁ ଆହୁରି ଅଧିକ ଧାନ କ୍ରୟ କରିବେ। ଆସନ୍ତା ନଭେମ୍ବର ପହିଲାରୁ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଖରିଫ୍‌ ଧାନ ସଂଗ୍ରହ କରାଯିବ। ସେହିପରି ୨୦୨୦ ମେ’ରୁ ଜୁନ୍‌ ମଧ୍ୟରେ ରବି ଧାନ ସଂଗ୍ରହ ହେବ।