ଓଡିଆନ୍ ନ୍ୟୁଜ

17

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

Team Odian News |

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ଉତ୍ତର ପ୍ରଦେଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିପାଇଁ ଉତ୍ତର ବଙ୍ଗୋପସାଗରରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଯାହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ବର୍ଷା ହେବା ନେଇ ସମ୍ଭାବନା ରହିଛି|ତେବେ ବଜ୍ରପାତ ଆଶଙ୍କା ଥିବା ନେଇ ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ କହିବା ସହିତ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ତେବେ ୩ ତାରିଖ ଦିନ ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହାସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ବି ହେବା ନେଇ ସମ୍ଭାବନା ରହିଛି।