ଓଡିଆନ୍ ନ୍ୟୁଜ

34

ଗାନ୍ଧୀ ଓ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ସୋନିଆ ଗାନ୍ଧୀ

Team Odian News |

ନୂଆଦିଲ୍ଲୀ: ଗାନ୍ଧୀ ଜୟନ୍ତୀ ଅବସରରେ ବୁଧବାର ସକାଳେ  ବିଜୟଘାଟରେ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।  କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ  ରାଜଘାଟସ୍ଥିତ ସମାଧିସ୍ଥଳରେ ପହଞ୍ଚି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।କଂଗ୍ରେସ ନେତା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ,  ଜେପି ନଡ୍ଡା ମଧ୍ୟ ରାଜଘାଟ ଠାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସେମାନେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୁର ଶାସ୍ତ୍ରୀଙ୍କୁ ମଧ୍ୟ ତାଙ୍କ ଜନ୍ମଦିନ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଓ୍ଵାନୀ ମଧ୍ୟ ରାଜଘାଟ ଯାଇ ଗାନ୍ଧୀଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।