ଓଡିଆନ୍ ନ୍ୟୁଜ

16

ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳରେ ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍ ବ୍ୟାନ୍

Team Odian News |

ଭୁବନେଶ୍ୱର: ରାଜ୍ୟର ସବୁ ସହରାଞ୍ଚଳରେ ଆଜିଠୁ ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍ ବ୍ୟାନ୍। ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍‌ର ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷେଧ କରିବାକୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁସାରେ କୌଣସି ବ୍ୟକ୍ତି ନିଜେ କିମ୍ବା ଅନ୍ୟ କାହାଦ୍ୱାରା ପ୍ଲାଷ୍ଟିକ୍‌ ପ୍ରଚଳନ କରିବା ବେଆଇନ୍। ସେହିପରି ୨୦୦ ମିଲି ଲିଟରଠୁ କମ୍ ପରିମାଣର ପାଣି ବୋତଲ ଉପରେ ମଧ୍ୟ କଟକଣା ଲାଗିଛି।  ଥରେ ମାତ୍ର ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ଯେମିତିକି ଥାଳି, କପ୍, ପ୍ଲେଟ୍, ବାଉଲ୍, ଗ୍ଲାସ୍, ଚାମଚ, ପାଉଚ୍ ସହ ଥର୍ମୋକୁଲ ସାମଗ୍ରୀ ବ୍ୟବହାର ଉପରେ ବି ବ୍ୟାନ୍‌ ଲାଗିଛି। ତେବେ କ୍ଷୀର ଓ ଏଥିରୁ ପ୍ରସ୍ତୁତ ସାମଗ୍ରୀ ଏବଂ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବ୍ୟବହୃତ ସିରିଞ୍ଜ, ମେଡିକାଲ୍‌ ଉପକରଣ ଓ ଅନ୍ୟ ସାମଗ୍ରୀ ପାଇଁ ଏହି କଟକଣା ଲାଗୁ ହେବ ନାହିଁ।