ଓଡିଆନ୍ ନ୍ୟୁଜ

132

ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ: ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Team Odian News |

ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ: ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୯/୧୦(ଓଡ଼ିଆନ୍‍ ନ୍ୟୁଜ୍‍) ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡିଶାରେ  ଘଣ୍ଟାକୁ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି। ଆସନ୍ତା ୨୪ ଘଣ୍ଟା ରାଜ୍ୟର ବିଭିନ୍ନ ସ୍ଥାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ,ସୂଚନା ଦିଆଯାଇଛି । ଉତ୍ତର ଓଡିଶାର ବିଭିନ୍ନ ସ୍ଥାନ  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ସୋନପୁର, ଦେବଗଡ଼, ବୌଦ୍ଧ , ଝାରସୁଗୁଡ଼ା ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁରରେ ଜିଲାମାନଙ୍କରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।