ଓଡିଆନ୍ ନ୍ୟୁଜ

14

‘ଆଜି ଅପରାହ୍ଣରୁ ପବନର ବେଗ ବଢ଼ିପାରେ’

Team Odian News |

‘ଆଜି ଅପରାହ୍ଣରୁ ପବନର ବେଗ ବଢ଼ିପାରେ’

ଭୁବନେଶ୍ୱର: ବାତ୍ୟା ‘ବୁଲ୍‌ବୁଲ୍’ ଆଜି ସକାଳ ସାଢ଼େ ୫ଟାରେ ଭେରି ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ପ୍ରାୟ ୩୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି।

” ‘ବୁଲ୍‌ବୁଲ୍’ ୯ ତାରିଖ ସକାଳୁ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ଆଜି ଉପକୂଳବର୍ତ୍ତୀ ଜିଲ୍ଲା ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ ଏବଂ କିଛି କିଛି ସ୍ଥାନରେ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।” ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ଆଜି ଏକ ସାମ୍ୱାଦିନ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ଆଜି ଅପରାହ୍ନରେ ଉପକୂଳ ଓଡ଼ିଶାରେ ପବନର ବେଗ ବଢ଼ିବ। ଏଥିସହ କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ବି ପବନର ବେଗ ବଢ଼ିବ ବୋଲି ଏସ୍‌ଆରସି କହିଛନ୍ତି।

ସେ ଆହୁରି କହିଛନ୍ତି, ‘ଆଜି ୬୫ କି.ମି. ବେଗରେ ପବନ ବହିବା ସହ ଆସନ୍ତା କାଲି ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକରେ ୭୦ରୁ ୯୦ କି.ମି. ବେଗରେ ପବନ ବହିପାରେ। ଆଜି ପୁରୀ, ଗଞ୍ଜାମ ୪୦ରୁ ୬୦କି.ମି. ବେଗରେ ପବନ ବହିପାରେ। ଆବଶ୍ୟକ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ। ୯ ଜିଲ୍ଲାକୁ NDRF, ଓଡ୍ରାଫ୍ ଟିମ୍ ପଠାଯାଇଛି। ବାତ୍ୟା ସମୟରେ ଲୋକେ ଘରୁ ବାହାରନ୍ତୁ ନାହିଁ। ୧୦ ତାରିଖରେ ଓଡ଼ିଶାରେ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ କିଛି ରହିବ ନାହିଁ ବୋଲି ଆଶା କରାଯାଉଛି। ’