ଓଡିଆନ୍ ନ୍ୟୁଜ

50

ରାଷ୍ଟ୍ରପତି ରାମନାଥ କୋବିନ୍ଦ ବରୁଣେଇରେ ପହଞ୍ଚିଲେ

Team Odian News |

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ପହଞ୍ଚିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏଠାରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବା ନେଇ ଆୟୋଜିତ କାର୍ଯ୍ୟକମରେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତିତ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ, ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ, କେନ୍ଦ୍ର ପଶୁପାଳନ, ଦୁଗ୍ଧ ଓ ମତ୍ସପାଳନ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ରାଜ୍ୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି।ସେଠାରେ ହେବାକୁ ଥିବା ପାଇକ ମେମୋରିଆଲ ଫାଉଣ୍ଡେସନର ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।ଏଥିରେ ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ ଭାଷଣ ଦେଇଥିଲେ।