ଓଡିଆନ୍ ନ୍ୟୁଜ

47

ଓଡ଼ିଶାରେ ପ୍ରତିଷ୍ଠା ହେବ ୪୫ ଫାଷ୍ଟ ଟ୍ରାକ କୋର୍ଟ

Team Odian News |

ଭୁବନେଶ୍ୱର: ରାଜ୍ୟରେ ପ୍ରତିଷ୍ଠା ହେବ ୪୫ଟି ଫାଷ୍ଟ ଟ୍ରାକ କୋର୍ଟ ପ୍ରତିଷ୍ଠା କରାଯିବ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା। ଦୁଷ୍କର୍ମକାରୀଙ୍କୁ ଦଣ୍ଡ ଦେବାପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ  ୪୫ଟି ଫାଷ୍ଟଟ୍ରାକ୍ କୋର୍ଟ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏଥିରୁ ୨୧ ଟି କୋର୍ଟ କେବଳ ମହିଳା ଦୁଷ୍କର୍ମ ଓ ଅତ୍ୟାଚାର ମାମଲାର ବିଚାର କରିବେ। ଅନ୍ୟପଟେ ପ୍ରତିଷ୍ଠା ହୋଇସାରିଥିବା ଆଉ ୨୪ଟି ପୋସ୍କୋ କୋର୍ଟ ନାବାଳିକାଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରିବେ । ଏଥିନେଇ ଓଡ଼ିଶାର ଆଇନ୍ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।ରାଜ୍ୟରେ ବହୁ ଦୁଷ୍କର୍ମ ମାମଲା ପଡ଼ି ରହିଥିବାରୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି।