ଓଡିଆନ୍ ନ୍ୟୁଜ

11

ସେନା ଗୁଳିରେ ୨ଆତଙ୍କୀ ନିହତ

Team Odian News |

ଶ୍ରୀନଗର  : ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ଗୁଳିବିନିମୟ । ପୁଲୱାମା ଜିଲ୍ଲାର ତ୍ରାଲ ଅଞ୍ଚଳରେ  ଆତଙ୍କୀଙ୍କ ସହିତ ସୁରକ୍ଷାକର୍ମୀଙ୍କ ମୁହାଁମୁହିଁ ହୋଇଛି  । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀ ପକ୍ଷରୁ ଆତଙ୍କବାଦୀ-ସୁରକ୍ଷାକର୍ମୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।  ରବିବାର ସକାଳୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କୀ ଗତିବିଧି ନେଇ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ସୁରକ୍ଷାକର୍ମୀ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ । ଉଭୟ ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିମାଡ଼ ଜାରି ରହିଛି । ଘଟଣାରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି । ସେହିପରି କେତେଜଣ ଆତଙ୍କୀ ଲୁଚି ରହିଛନ୍ତି ସେ ବିଷୟରେ କୌଣସି ତଥ୍ୟ ମିଳି ନାହିଁ ।