ଓଡିଆନ୍ ନ୍ୟୁଜ

139

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବାଙ୍କି ବିଧାୟକ ପ୍ରଭାତ ତ୍ରିପାଠୀ ।

Team Odian News |

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବାଙ୍କି ବିଧାୟକ ପ୍ରଭାତ ତ୍ରିପାଠୀ । 
ଭୁବନେଶ୍ୱର,୧୧/୧୧( ଓଡ଼ିଆନ୍‍ ନ୍ୟୁଜ୍‍ ): ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରଭାତ ତ୍ରିପାଠୀ । ବାଙ୍କି ବିଧାୟକ ପ୍ରଭାତ ତ୍ରିପାଠୀ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ଅଢେଇ ବର୍ଷରେ ପ୍ରଥମ ଥର ପାଇଁ ନବୀନଙ୍କୁ ଭେଟିଛନ୍ତି ପ୍ରଭାତ । ଏହାସହ ନବୀନ ପଟ୍ଟନାୟକଙ୍କୁ ସେ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି । ପ୍ରଭାତ ତ୍ରିପାଠୀଙ୍କୁ ଆହୁରି ଭଲ କାମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗତକାଲି ପ୍ରଭାତ ତ୍ରିପାଠୀଙ୍କ ଉପରୁ ନିଲମ୍ବନ ହଟିଥିଲା । ୨୦୧୪ରେ ଏଟି ଚିଟଫଣ୍ଡ ଲିଙ୍କ ମାମଲାରେ ଗିରଫ ହେବା ପରେ ତାଙ୍କୁ ବିଜେଡିରୁ ନିଲମ୍ବନ କରିଥିଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ।