ଓଡିଆନ୍ ନ୍ୟୁଜ

126

ନୂଆବର୍ଷରେ ଶ୍ରୀଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Team Odian News |

ନୂଆବର୍ଷରେ ଶ୍ରୀଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ପୁରୀ,୧/୧ (ଓଡ଼ିଆନ୍‍ ନ୍ୟୁଜ୍‍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆବର୍ଷ ଅବସରରେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀ ବଳଦେବ ଓ ମାଆ ଶୁଭଦ୍ରାଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ରରେ ମୁଖ୍ରମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିନ ସାଢ଼େ ୧୧ଟା ବେଳେ ପୁରୀ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ ଓ ବିଜେଡ଼ି ନେତାମାନେ ସ୍ୱାଗତ କରି ମନ୍ଦିର ଭିତରକୁ ନେଇ ଯାଇଥିଲେ।ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ସହିତ ସାଂସଦ ଡ. ପ୍ରସନ୍ନ କୁମାର ପାଟ୍ଟଶାଣୀ ମଧ୍ୟ ପୁରୀ ଯାଇ ଶ୍ରୀଜୀଉମାନଙ୍କ ଦର୍ଶନ କରିଛନ୍ତି।