ଓଡିଆନ୍ ନ୍ୟୁଜ

195

ତିତଲି ପାଇଁ ୪ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

Team Odian News |

ତିତଲି ପାଇଁ ୪ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

 

ଭୁବନେଶ୍ୱର,୯ା୧୦(ଓଡ଼ିଆନ୍ ନ୍ୟୁଜ୍):ଭୟଙ୍କର ବାତ୍ୟାର ରୂପ ଧରୁଥିବା  ତିତଲିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲି ଠାରୁ ୪ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ ଘୋଷଣା କରିଛନ୍ତି  । ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ କଲେଜକୁ ବନ୍ଦ ଘୋଷଣା କରିଛନ୍ତି ସରକାର । ଏପରିକି ଅଙ୍ଗନୱାଡି କେନ୍ଦ୍ରକୁ ବନ୍ଦ ରଖିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଆସନ୍ତା ୧୨ ତାରିଖ ଯାଏଁ ଏହି ୪ଟି ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି । ସେହିଭଳି ତିତଲିର  ସ୍ଥିତି ଦେଖିବା ପରେ ଅନ୍ୟ ଜିଲ୍ଲା ବିଷୟରେ ନିଷ୍ପତ୍ତି  ନିଆଯିବ । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାର ତିବ୍ରତା  ଜଣାପଡିବ ବୋଲି ଏସଆରସି ପକ୍ଷରୁ କୁହାଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ବସିଥିବା ସମୀକ୍ଷା ବୈଠକରେ ଏହି  ନିଷ୍ପତ୍ତି  ନିଆଯାଇ ଥିବାର ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ  । କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇଛି । ଆସନ୍ତା ୧୮ ଘଣ୍ଟା ମଧ୍ୟରେ  ଭୟଙ୍କର ବାତ୍ୟାରେ ପରିଣତ ହେଇପାରେ  । ଏବେ ଗୋପାଳପୁର ଠାରୁ ୫୧୦ କିଲୋମିଟର ଦୂରରେ ତିତଲି ରହିଛି । ୧୧ ତାରିଖ ସକାଳେ ଏହା କଳିଙ୍ଗପଟ୍ଟନମ –ଗୋପାଳପୁର ମଧ୍ୟରେ ଅତିକ୍ରମ କରିବା ସମ୍ଭାବନା ରହିଛି । ଆଉ ଏହି ସମୟରେ ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବ । ବାତ୍ୟା ତିତଲି ଗତ ୬ ଘଣ୍ଟା ହେଲା ୮ କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ମାଡି ଆସୁଛି । ତିତଲି ପ୍ରଭାବରେ ଆଜି ସନ୍ଧ୍ୟାରେ ଦକ୍ଷିଣ ଓଡିଶାରେ ବର୍ଷାର ଆରମ୍ଭ ହୋଇଯିବ । ୧୦-୧୧ ତାରିଖରେ ଦକ୍ଷିଣ ଓଡିଶା-ଉପକୂଳ ପ୍ରବଳରୁ ଅତିପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି ।