କଟକ,୭ ।୯ : ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷାଙ୍କ ଘରୋଇ ହିଂସା ମାମଲାର ଶୁଣାଣି ଘୁଞ୍ଚିଲା । ଏନେଇ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଛନ୍ତି । ଡିଆଇଆର ରିପୋର୍ଟ ଦାଖଲ ହୋଇନଥିବାରୁ ଏହି ମାମଲାର ଶୁଣାଣି ଅକ୍ଟୋବର ୧୨କୁ ଘୁଞ୍ଚିଛି । ତେବେ ଅନୁଭବଙ୍କ ବିରୋଧରେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ ବର୍ଷା । କିନ୍ତୁ ଅନୁଭବ ଏହାର ଅସ୍ୱୀକାର କରି ବର୍ଷା ମାନସିକ ଯନ୍ତ୍ରଣା ଦେଉଥିଲେ ବୋଲି କୋର୍ଟରେ ପିଟିସନ ଦାଖଲ କରିଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |