ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

ଭୁବନେଶ୍ୱର, ୦୩/୦୫: ଆଜି ହେଉଛି ଅକ୍ଷୟ ତୃତୀୟା । ଆଜି ଚାଷୀଙ୍କୁ ମିଳିବ କାଳିଆ ଟଙ୍କା । କୃଷକଙ୍କ ପର୍ବ ଅକ୍ଷୟ ତୃତୀୟାରେ ରାଜ୍ୟର ଲକ୍ଷ ଲକ୍ଷ ଚାଷୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫଳରେ ଏଥିରେ ୪୦ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ଚାଷୀଙ୍କୁ ମିଛ ପିଛା ୨ ହଜାର ଟଙ୍କା ଲେଖାଏଁ ମିଳିବ । ଏହି ଟଙ୍କା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ । ମଙ୍ଗଳବାର ଅପରାହ୍ନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଟଙ୍କା ବଣ୍ଟନ କରିବେ । ଏନେଇ ୮ ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାରଙ୍କ ଏହି ଯୋଜନାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ସହାୟତା ମିଳେ । ପ୍ରତିବର୍ଷ ଅକ୍ଷୟ ତୃତୀୟା ଏବଂ ନୂଆ ଖାଇରେ ଚାଷୀଙ୍କ ଆକାଉଣ୍ଟକୁ ସରକାର ଏହି ଟଙ୍କା ପଠାଇଥାନ୍ତି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: