ଅଣସର ଘରେ ମହାପ୍ରଭୁ,ଆଜିଠୁ ଅଲାରନାଥ ପୀଠରେ ଅଣସର ଦର୍ଶନ ଆରମ୍ଭ

ପୁରୀ,୧୫/୦୬: ସ୍ନାନମଣ୍ଡପରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଅସୁସ୍ଥ ଚତୁର୍ଦ୍ଧା ମୂର୍ତ୍ତି ଜ୍ବରରେ ପୀଡିତ ହୋଇ ଅଣସର ପିଣ୍ତିକୁ ବିଜେ କରିଛନ୍ତି। ସୁସ୍ଥ ହେବା ପାଇଁ ଚାଲିଛି ଗୁପ୍ତ ଉପଚାର ।   ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ଅଣସର ନୀତି । ଏଣୁ ଆଜିଠାରୁ ଶ୍ରୀଜିଉଙ୍କ ପରିବର୍ତ୍ତେ ଶ୍ରୀମନ୍ଦିରରେ ପଟ୍ଟିଦିଅଁଙ୍କୁ ଶ୍ରଦ୍ଧାଳୁ ଦର୍ଶନ କରି ପାରିବେ। ଶ୍ରୀଜଗନ୍ନାଥ ରୂପରେ ଅନନ୍ତ ନାରାୟଣ, ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ରୂପରେ ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରାଙ୍କ ରୂପରେ ମା’ ଭୁବନେଶ୍ୱରୀ ପୂଜା ପାଇବେ। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ-କୃଷ୍ଣ ଓ ନୃସିଂହ ଭଗବାନଙ୍କ ପଟିଦିଅଁ ବି ପୂଜା ପାଇବେ।ସମାନ୍ତରାଳ ଭାବେ   ଅଣସର ଦର୍ଶନ ପାଇଁ ବ୍ରହ୍ମଗିରି ସ୍ଥିତ ଶ୍ରୀ ଅଲାରନାଥ ପୀଠରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ ।   ୧୫ ଦିନ ପର୍ଯ୍ୟନ୍ତ ଅଣସର ଦର୍ଶନ କରିବେ ଭକ୍ତ। ଚତୁର୍ଦ୍ଧାମୂର୍ତ୍ତି ଅଣସର ପିଣ୍ତିକୁ ବିଜେ ସମୟରେ ଶ୍ରୀଅଲାରନାଥଙ୍କ ଦର୍ଶନର ସମଫଳ ମିଳିଥାଏ ବୋଲି ବିଶ୍ବାସ ରହିଛି। ପରମ୍ପରା ଅନୁଯାୟୀ ରାତି ପ୍ରାୟ ସାଢ଼େ ତିନିଟାରୁ ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ତଡ଼ପ ଲାଗି, ଅବକାଶ ବେଶ କରାଯାଇଛି । ସକାଳ ପ୍ରାୟ ସାଢ଼େ ପାଞ୍ଚଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଅଲାରନାଥଙ୍କ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ନୀର୍ଦ୍ଧାରିତ ସମୟରେ ଚାଲୁଛି ନୀତିକାନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: