ଭୁବନେଶ୍ୱର,୨୮।୧: କଥାକାର ରାମଚନ୍ଦ୍ର ବେହେରା ପାଇବେ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର। ୨୦୨୦ ମସିହା ପାଇଁ ସେ ଅତିବଡ଼ୀ ପୁରସ୍କାର ପାଇବେ ବୋଲି ଏକାଡେମୀର କାର୍ଯ୍ୟକାରୀ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିସହ ୧୫ ଜଣ ବରିଷ୍ଠ ସାହିତ୍ୟିକଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ। ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ ହେବାକୁ ଥିବା ୧୫ ବରିଷ୍ଠ ସାହିତ୍ୟିକ ହେଲେ ଦେବେନ୍ଦ୍ର କୁମାର ଦାଶ, ଗିରିଜା ଶଙ୍କର ଶର୍ମା, ଅଶୋକ କୁମାର ପଟ୍ଟନାୟକ, ବାବାଜୀ ଚରଣ ପଟ୍ଟନାୟକ, ବାଇଧର ସାହୁ, ଜୀବନକୃଷ୍ଣ ମହାପାତ୍ର, ଦିଗରାଜ ବ୍ରହ୍ମା, ରୁଦ୍ରନାରାୟଣ ପୃଷ୍ଟି, ସୌଭାଗିନୀ ମିଶ୍ର, ସ୍ୱରାଜ୍ୟଲକ୍ଷ୍ମୀ ମିଶ୍ର, କୃପାସିନ୍ଧୁ ନାୟକ, ନିର୍ମଳପ୍ରଭା ନାୟକ, ରାସେଶ୍ୱରୀ ମିଶ୍ର, ରାଧାବିନୋଦ ନାୟକ ଓ ମହେଶ୍ୱର ମୂଳିଆ। ଏନେଇ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |