ଅଧିନାୟକ ପଦରୁ ଇସ୍ତଫା ଦେବେ ବିରାଟ

ନୂଆଦିଲ୍ଲୀ: ଅକ୍ଟୋବରରେ ଦୁବାଇରେ ହେବାକୁ ଥିବା ଟି-୨୦ ବିଶ୍ବକପ ପରେ ବିରାଟ କୋହଲି ଅଧିନାୟକ ପଦରୁ ଇସ୍ତଫା ଦେବେ ବୋଲି ଜଣାପଡ଼ିଛି। ଏନେଇ ସେ ଟ୍ବିଟ କରି ସୂଚନା ଦେଇଛନ୍ତି। ବିରାଟ କୋହଲି କହିଛନ୍ତି ଯେ, ରୋହିତ ଶର୍ମାଙ୍କ ସମେତ ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ଏବଂ ତାଙ୍କ ଟିମ୍ ସହ ଆଲୋଚନା କରିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। କୋହଲି ଆହୁରି କହିଛନ୍ତି ଯେ, ସେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏବଂ ସଚିବ ଜୟ ଶାହାଙ୍କୁ ନିଜ ନିଷ୍ପତ୍ତି ବିଷୟରେ ଜଣାଇଛନ୍ତି। କାର୍ଯ୍ୟଭାର ପରିଚାଳନା ପାଇଁ କୋହଲି ଟି-୨୦ଅଧିନାୟକତ୍ୱ ଛାଡୁଥିବା ଟ୍ବିଟରେ ଜଣାଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: