ନୂଆଦିଲ୍ଲୀ, ୧୧/୦୩ : ଜାମ୍ମୁ କାଶ୍ମୀରର ଅନନ୍ତନାଗରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଅପରେଶନରେ ସୁରକ୍ଷା ବାହିନୀର ଜଏଣ୍ଟ ଟିମ୍ ଜଣେ ଆତଙ୍କବାଦୀକୁ ନିପାତ କରିଛି। ତେବେ ମୃତ ଆତଙ୍କବାଦୀ ଜଣକ ଚିହ୍ନଟ ହୋଇନାହିଁ। ବର୍ତ୍ତମାନ ଅପରେଶନ ଜାରି ରହିଛି। ବିଜବିହାଡାର କାନ୍ଦୀପୋରା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେଶନ କରିଥିଲା। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚାଳନା କରିଥିଲା। ସେନା ଏହାର ପ୍ରତି ଜବାବ ଦେଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |