ଭୁବନେଶ୍ୱର ୨୭।୦୩ : ଅନ୍ତର୍ଜାତୀୟ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀ ଓ ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା। ନବୀନ ନିବାସ ଠାରେ ଦୁଇ ଓଡିଆ ଅନ୍ତର୍ଜାତୀୟ କ୍ରୀଡା ତାରକା ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ସହିତ ସମ୍ବର୍ଦ୍ଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିବା ବେଳେ ପାରା ଆଥଲେଟ୍ ଜୟନ୍ତୀ ବେହେରାଙ୍କୁ ୧୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ। ଦୁଇ ବାଳିକା କ୍ରୀଡାବିତ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚ ପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ। ଶ୍ରୀୟଙ୍କା ନିକଟରେ କାଇରୋ ଠାରେ ଅନୁଷ୍ଠିତ ISSF ବିଶ୍ୱକପ୍ ସୁଟିଂ ପ୍ରତିଯୋଗିତାରେ ୫୦ ମିଟର ରାଇଫଲ ୩ ପୋଜିସନ୍ରେ ବ୍ରୋଞ୍ଜ ମେଡାଲ ପାଇଛନ୍ତି। ସେହିପରି ଜୟନ୍ତୀ ବେହେରା ଦୁବାଇ ଠାରେ ଅନୁଷ୍ଠିତ ବିଶ୍ୱ ପାରା ଆଥଲେଟିକ୍ସ ପ୍ରତିଯୋଗିତାରେ ୩ଟି ମେଡାଲ ହାସଲ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |