ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ବର,୧୪।୦୮: ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ମଧ୍ୟସ୍ଥ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ସୁଦୃଶ୍ୟ ଲଘୁଚାପ ଅଵପାତ ରୂପ ନେଲା। ବାଲେଶ୍ବରର ପୂର୍ବ-ଉତ୍ତରପୂର୍ବ ଦିଗରେ ୯୦ କିଲୋମିଟର ଦୂରରେ ସୁଦୃଶ୍ୟ ଲଘୁଚାପ ଅଵପାତ ରୂପ ନେଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦେଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏ ବର୍ଷା ଲାଗି ରହିବ।   ଏହାର ପ୍ରଭାବରେ ଅଗଷ୍ଟ ୧୪ ଓ ୧୫ ତାରିଖରେ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ତୁହାକୁ ତୁହା ଅତି ପ୍ରବଳ ବର୍ଷା ହେବାର ଖୁବ୍ ସମ୍ଭାବନା ରହିଛି। ଏହାଛଡ଼ା, ଅଗଷ୍ଟ ୧୫ ତାରିଖ ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଅସରା ହେଲେ ମଧ୍ୟ ବୃଷ୍ଟିପାତର ତୀବ୍ରତା ହ୍ରାସ ପାଇବ। ଆସନ୍ତା ୬ ଘଣ୍ଟା ମଧ୍ୟରେ ଅବପାତ ଉପକୂଳ ଅତିକ୍ରମ କରିବ। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏ ୧୦ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବୌଦ୍ଧ, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼। ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।  କେତେକ ସ୍ଥାନରେ ଭୂସ୍ଖଳନ ହୋଇପାରେ ବୋଲି ସମ୍ଭାବନା ରହିଛି। ଏହାସହ ନଦୀ ଗୁଡ଼ିକରେ ଜଳ ପତ୍ତନ ବୃଦ୍ଧି ପାଇପାରେ। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ହେବା ଆଶଙ୍କା କରି ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: