ଭୁବନେଶ୍ୱର ୦୨/୧୨:ଆଜିଠୁ ରାଜଧାନୀରେ ଆୟୋଜିତ ହେବ ତିନି ଦିନିଆ ‘ବାୟୁ’ ସମ୍ମିଳନୀ । ‘ବାୟୁ-ମହତ୍ବପୂର୍ଣ୍ଣ ଜୀବନ ଶକ୍ତି’ ବାର୍ତ୍ତା ନେଇ ଆୟୋଜିତ ହେବ ଏହି ସମ୍ମିଳନୀ । ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ, ପରିବେଶବିତ୍, ବିଭିନ୍ନ ସଂଗଠନର ପ୍ରତିନିଧି । ସୁସ୍ଥ ଜୀବନ ପାଇଁ ସ୍ବଚ୍ଛ ବାୟୁ ଉପରେ ହେବ ବିଚାରମନ୍ଥନ । ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ହେଉଥିବା ଆଜାଦୀ କା ଅମୃତ ମହୋତ୍ସବ ଭାବନା ଅନୁରୂପ ତଥା ଦେଶରେ ସ୍ୱଚ୍ଛ ବାୟୁର ଆବଶ୍ୟକତା ଉପରେ ବିଚାରମନ୍ଥନ କରିବା ଲାଗି ‘ବାୟୁ-ମହତ୍ୱପୂର୍ଣ୍ଣ ଜୀବନ ଶକ୍ତି’ ସମ୍ମିଳନୀ ଆୟୋଜନ କରାଯାଉଛି। ଏଥିରେ ବିଭିନ୍ନ ବାୟୁ ଗୁଣବତ୍ତା ପ୍ରସଙ୍ଗରେ ଆଲୋଚନା ହେବ। ଜଳବାୟୁ ପରିବର୍ତ୍ତନ ଓ ପ୍ରଦୂଷଣ ନିୟନ୍ତ୍ରଣ ଉପରେ ବୈଜ୍ଞାନିକ ଆଲୋଚନା ଠାରୁ ଆରମ୍ଭ କରି ପ୍ରାଚୀନ ଶାସ୍ତ୍ର ଓ ଗ୍ରନ୍ଥରେ ବାୟୁ ଗୁଣବତ୍ତା ବଜାୟ ରଖିବା ଲାଗି ଦିଆଯାଇଥିବା ଜ୍ଞାନକୁ ବୁଝିବା ଲାଗି ସମ୍ମିଳନୀରେ ବିଚାରବିମର୍ଶ କରାଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |