ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ୍‌ ୧୦ଟାରୁ ପାଠପଢ଼ା ଆରମ୍ଭ 

ଭୁବନେଶ୍ୱର,୧୭/୦୬:ଆଜିଠୁ  ସକାଳ ସ୍କୁଲ୍‌ ବଦଳରେ ୧୦ଟାରୁ ପାଠପଢ଼ା ଆରମ୍ଭ   । ଦିନ ୧୦ଟାରୁ ଅପରାହ୍ଣ ୪ଟା ଯାଏଁ ସ୍କୁଲ ଚାଲିବ । ୯ଟା ୩୦ରୁ ଅପରାହ୍ଣ ୪ଟା ୩୦ ପର୍ଯ୍ୟନ୍ତ ସ୍କୁଲରେ ରହିବେ ଶିକ୍ଷକ ଶିକ୍ଷୟତ୍ରୀ । ସ୍କୁଲ ଖୋଲିବା ପୂର୍ବରୁ ଗାଇଡଲାଇନ ଜାରି କରିଛି ଗଣଶିକ୍ଷା ବିଭାଗ । ପିଲାଙ୍କ ପାଠପଢ଼ା ଯେପରି ସ୍ବାଭାବିକ ହେବ ଏବଂ ୨୦୨୨-୨୩ ଶିକ୍ଷାବର୍ଷ ଠିକ୍‌ ଭାବେ ପରିଚାଳିତ ହୋଇପାରିବ, ସେନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ/ପ୍ରଧାନଶିକ୍ଷୟିତ୍ରୀଙ୍କ ଉପରେ ଅଧିକ ଦାୟିତ୍ବ ନ୍ୟସ୍ତ ହୋଇଛି। ଠିକ୍‌ ଢାଞ୍ଚାରେ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରସ୍ତୁତ ସହ ଚଳିତ ଶିକ୍ଷାବର୍ଷ ଯେପରି ୨୦୨୩ ମାର୍ଚ୍ଚ ମାସ ମଧ୍ୟରେ ଶେଷ ହେବ, ତାହାକୁ ନେଇ ଯୋଜନା ପ୍ରସ୍ତୁତ କରିବେ। ସ୍ୱାଭାବିକ ଭାବେ କ୍ଲାସ୍ ଚାଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି। ଏକାଡେମିକ୍ କ୍ୟାଲେଣ୍ଡର ପ୍ରସ୍ତୁତ ସହ ଚଳିତ ଶିକ୍ଷାବର୍ଷ ଯେପରି ୨୦୨୩ ମାର୍ଚ୍ଚ ସୁଦ୍ଧା ସରିବ ସେନେଇ ଯୋଜନା ପ୍ରସ୍ତୁତ ହୋଇଛି।  ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ। କିଭଳି ସଠିକ୍ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: