ଆଜିଠୁ ରାଜ୍ୟ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରୀଣୀ ବୈଠକ

ଭୁବନେଶ୍ୱର,୨୧।୧:  ଆଜିଠୁ ରାଜ୍ୟ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରୀଣୀ ବୈଠକ  ଆରମ୍ଭ ହେବ । ତେଣୁ ଆଜି ଦଳର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଓ ରାଜ୍ୟ ପଦାଧିକାରୀମାନେ ଯୋଗଦେବେ । ଯୋଗଦେବେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ଡି ପୁରନ୍ଦେଶ୍ବରୀ, 3 କେନ୍ଦ୍ରମନ୍ତ୍ରୀଙ୍କ ସହ ଦଳର ସମସ୍ତ ସାଂସଦ ଓ ବିଧାୟକ ।  ଆସନ୍ତାକାଲି ରାଜଧାନୀ ଭୁବନେଶ୍ୱର ସ୍ଥିତ ଚନ୍ଦ୍ରଶେଖରପୁରର ପଦ୍ମଜା ପ୍ରିମିୟମରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ରାଜ୍ୟ ସଭାପତି ସମୀର ମହାନ୍ତି ସଭାପତିତ୍ୱ କରିବେ । ବୈଠକରେ ରାଜ୍ୟର ବର୍ତ୍ତମାନର ସାମାଜିକ ପ୍ରସଙ୍ଗ ଓ ରାଜନୈତିକ ସ୍ଥିତି ସ୍ଥାନ ପାଇବ । ଏହି ଅବସରରେ ବୈଠକରେ ସମସ୍ତ କେନ୍ଦ୍ର ମନ୍ତ୍ରୀ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ପ୍ରଭାରୀ ଓ ଦଳର ବିଭିନ୍ନ ମୋର୍ଚ୍ଚାର ସଭାପତିମାନେ ଯୋଗଦେବେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀ ବଞ୍ଚିତ ତଥା ଚାଷୀ ସମସ୍ୟା ନେଇ ମଧ୍ୟ କାର୍ଯ୍ୟକାରୀଣୀ ବୈଠକରେ ଆଲୋଚନା କରାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: