ନୂଆଦିଲ୍ଲୀ,୧୯।୦୭ : ଆଜିଠୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ । ଏହି ଅଧିବେଶନ ଚଳିତ ମାସ ୧୯ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଓ ଏଥିରେ ମୋଟ ୧୯ଟି କାର୍ଯ୍ୟଦିବସ ରହିବ । ମୌସୁମୀ ଅଧିବେଶନ ସମୟରେ କୋଭିଡର ସମସ୍ତ ନିୟମ କଡ଼ାକଡ଼ି ପାଳନ ହେବ । ତେବେ ମୌସୁମୀ ଅଧିବେଶନ ଆରମ୍ଭର ଗଟିଏ ଦିନ ପୂର୍ବରୁ ଅର୍ଥାତ୍ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ରବିବାର ଦିନ ସଂସଦୟୀ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଷୀ ମୌସୁମୀ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋଏଲ ଉପସ୍ଥିତ ଥିଲେ । ଲୋକସଭାରେ ବିରୋଧୀ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ, ରାଜ୍ୟସଭାରେ କଂଗ୍ରେସ ଦଳର ନେତା ଅଲ୍ଲିକାର୍ଜୁନ ଖାଡ୍ଗେ, ଡିଏମ୍କେ ସାଂସଦ ଡାରେକ ଓବ୍ରାଏନଙ୍କ ସମେତ ଏହି ବୈଠକରେ ୩୩ଟି ଦଳର ୪୦ ନେତା ଉପସ୍ଥିତ ଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |