ଭୁବନେଶ୍ୱର, ୭ା୩: ଆଜିଠୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଦିନିଆ ବର୍ଷା ପୂର୍ବାନୁମା । ଦିନର ତାପମାତ୍ରାରେ ହ୍ରାସ ନେଇ ପାଣିପାଗ ବିଭାଗର ଆକଳନ । ତାତିରୁ ମିଳିବ ସାମାନ୍ୟ ଆଶ୍ଵସ୍ତି। ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ୮ ତାରିଖରେ ୧୪ଟି ଜିଲ୍ଲା, ୯ ତାରିଖରେ ୭ଟି ଜିଲ୍ଲାରେ କାଳବୈଶାଖି ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଆଜି ବିଶେଷ କରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ହୋଲି ଦିନ ବି ଏହି ସବୁ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ। ଫଳରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ ଓ ପରିବେଶ ଥଣ୍ଡା ରହିବ। ହେଲେ ଏଥର ଫିକା ପହିବ ହୋଲି ବୋଲି କୁହାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |