ଭୁବନେଶ୍ବର,୦୬।୦୯ : କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ସୋମବାରଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ନୂଆ କରି ମନ୍ତ୍ରୀ ପଦ ପାଇଥିବା ଶ୍ରୀ ଟୁଡୁ ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସିବେ। କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ଭୁବନେଶ୍ୱର ପହଞ୍ଚିବା ପରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରି ସିଧାସଳଖ ପୁରୀ ଯିବେ । ପୁରୀରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବେ। ଏହା ପରେ ଭୁବନେଶ୍ୱର ଫେରି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ। କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ୭ ତାରିଖରେ ବାରିପଦା ଯିବେ। ୮ରୁ ୧୧ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |