ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳ, ୨୨/୧୧ : ଫୁଲବାଣୀର ମିନି ଷ୍ଟାଡିୟମରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ହେଲିକପ୍ଟର  ଯୋଗେ କନ୍ଧମାଳ ଗସ୍ତରେ ଆସି ଫୁଲବାଣୀ ଷ୍ଟାଡିୟମ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାରେ ବିଜୁ ସ୍ଵାସ୍ଥ୍ୟକଲ୍ୟାଣ ଯୋଜନାରେ ସ୍ମାର୍ଟ  କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହାସହ ପ୍ରାୟ ୮୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ  । ପୂର୍ବାହ୍ନ ୧୧ଟା୧୫ ମିନିଟରେ ଫୁଲବାଣୀସ୍ଥିତ ଷ୍ଟାଡିୟମରେ ପହଞ୍ଚିଥିଲେ । ଏହି ଯୋଜନାରେ କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକ ଓ ୩ଟି ପୌରାଞ୍ଚଳରେ ୧ ଲକ୍ଷ ୬୫ ହଜାର ୯୭ ଜଣ ହିତାଧିକାରୀ ସ୍ମାର୍ଟ ସ୍ୱାସ୍ଥ୍ୟସେବା ପାଇବେ । ଏହାର ସଠିକ ପରିଚାଳନା କରିବା ପାଇଁ ସାଂସଦ ଡ଼. ଅଚ୍ୟୁତ ସାମନ୍ତ ଓ ପଂଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନା ଫୁଲବାଣୀରେ ଥିବାବେଳେ ମନ୍ତ୍ରୀ ବିକ୍ରମ ଆରୁଖ, ତୁଷାର କାନ୍ତ ବେହେରା ଙ୍କ ସମେତ ୮ ଜଣ ମନ୍ତ୍ରୀ ଓ ବିଧାୟକ ମାନେ ଜିଲାର ବିଭିନ୍ନ ବ୍ଲକ ଓ ପଞ୍ଚାୟତରେ ସ୍ମାର୍ଟ କାର୍ଡର ଶୁଭାରମ୍ଭ କରିଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଦ୍ୱାରା ପ୍ରତି ପରିବାରର ପ୍ରତି ସଦସ୍ୟଙ୍କ ପାଇଁ ୫ ଲକ୍ଷମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ କବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୬ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବେ । ଏହା ସହିତ ରାଜ୍ୟର ୧୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ଓ ଜୈବିକ ଫସଲ ପାଇଁ କନ୍ଧମାଳ ଜିଲ୍ଲାର ଖୁବ୍‌ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କନ୍ଧମାଳ ହେଉଛି ସୁନାର ଭୂମି। ଜୈବିକ ଫସଲ ବିଶେଷ କରି କନ୍ଧମାଳ ହଳଦୀ ଆଜି ସାରା ଦେଶରେ ଏକ ଲୋକପ୍ରିୟ ବ୍ରାଣ୍ଡ ଭାବରେ ପ୍ରତିଷ୍ଠା ଲାଭ କରିଛି। ଜୈବିକ ଫସଲ ପାଇଁ ଏବେ ଆଗ୍ରହ ବଢୁ ଥିବାରୁ ଏ କ୍ଷେତ୍ରରେ କନ୍ଧମାଳର ବହୁତ ସୁଯୋଗ ରହିଛି। ସେହିପରି ଇକୋ ଟୁରିଜିମ୍ ପାଇଁ ମଧ୍ୟ କନ୍ଧମାଳ ସାରା ଦେଶର ପର୍ଯ୍ୟଟକମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏ ଦୁଇ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ଵ ଦେଇ କାମ କରୁଛନ୍ତି ବୋଲି କହିଥିଲେ। କନ୍ଧମାଳ ପାଇଁ ମୁଖ୍ୟମନ୍ତ୍ରୀ ୨୭୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ଏଥିରେ ଭିତ୍ତିଭୂମି ଉପରେ ସ୍ଵତନ୍ତ୍ର ଗୁରୁତ୍ଵ ଦିଆଯାଇଛି ବୋଲି କହିଥିଲେ। ଏହି ଅବସରରେ ୫୦୪ କୋଟି ଟଙ୍କା ବିନିଯୋଗରେ କନ୍ଧମାଳରେ ୫୦୦ ଶଯ୍ୟା ବିଶିଷ୍ଟ ଏକ ମେଡିକାଲ କଲେଜ ଏବଂ ହସ୍ପିଟାଲ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରି କହିଥିଲେ ଯେ ଏଥିରେ ବର୍ଷକୁ ୧୦୦ ଜଣ ପିଲା ଡାକ୍ତରୀ ପାଠ ପଢିପାରିବେ। ଏଥିପାଇଁ ମେଡିକାଲ କଲେଜ ନିର୍ମାଣ କାମ ଠିକ୍‌ ସମୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କନ୍ଧମାଳ ଜିଲ୍ଲାରେ ବିଜୁ ସେତୁ ଯୋଜନାରେ ୧୨୦ କୋଟି ଟଙ୍କା ବିନିଯୋଗରେ ୬୯ ଗ୍ରାମ ପଞ୍ଚାୟତରେ ଯୋଗାଯୋଗର ଉନ୍ନତି କରାଯାଇଛି। ଏହାଦ୍ଵାରା ଜିଲ୍ଲାର ୨ ଲକ୍ଷ ଲୋକ ଉପକୃତ ହେଉଛନ୍ତି। ବାଲିଗୁଡାରେ ନିର୍ମାଣାଧୀନ ୨୨୦/୩୩ କେଭି ଗ୍ରିଡ୍ ଷ୍ଟେସନ ଖୁବ୍‌ ଶୀଘ୍ର ଶେଷ ହେବ। ଏହାଦ୍ଵାରା କେ. ନୂଆଗାଁ, ତୁମୁଡିବନ୍ଧ, କୋଟଗଡ, ଦାରିଙ୍ଗିବାଡି ଓ ବାଲିଗୁଡା ବ୍ଲକର ୭୦ ହଜାର ପରିବାର ଉପକାର ପାଇବେ। ଏହାଦ୍ଵାରା ପାଇପ ପାଣି ଯୋଗାଣରେ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କନ୍ଧମାଳରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ୬ ଲକ୍ଷ ୫୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାଦ୍ଵାରା ସେମାନଙ୍କର ଏକ ବଡ ସମସ୍ୟା ଦୂର ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ କଂଗ୍ରେସ ଓ ବିଜେପି ପକ୍ଷରୁ ତୀବ୍ର ବିରୋଧ କର।ଯାଇଥିଲା ବୋଲି କୁହାଯିବା ପରେ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ଫୁଲବାଣୀ ସହରରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡାକଡି କରାଯାଇଥିଲା । ପ୍ରାୟ ତିରିଶ ଜଣ କର୍ମୀଙ୍କୁ ପୁଲିସ ବିଭିନ୍ନ ସ୍ଥାନରୁ ଅଟକ ରଖିଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!