ଆଜି କରୋନା ନେଇ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,  ୨୭/୪: ଭାରତରେ   କରୋନା ଭାଇରସ ସଂକ୍ରମଣ ବଢ଼ିବାରେ ଲାଗିଛି । କରୋନା ସଂକ୍ରମଣ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଆଜି  ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ଏକ ବୈଠକରେ ଯୋଗଦେବା ପାଇଁ ଡାକିଛନ୍ତି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ କରୋନାର ସ୍ଥିତିକୁ ନେଇ ସମୀକ୍ଷା କରିବେ । ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ମୋଦୀଙ୍କ ଏହି ବୈଠକ ଅପରାହ୍ନ ୧୨ଟାରେ ଆରମ୍ଭ ହେବ ।  କରୋନାର ୪ର୍ଥ ଲହର ଆଶଙ୍କା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ବୈଠକ ହେଉଛି । କରୋନା ସଂକ୍ରମଣ  ଆରମ୍ଭ ହେବା ଦିନ ଠାରୁ ଅର୍ଥାତ ୨୦୨୦ ମାର୍ଚ୍ଚ ମାସ ଠାରୁ ପ୍ରଧାନମନ୍ତ୍ରୀ ମୋଦୀ ସଂକ୍ରମଣ ଉପରେ ନଜର ରଖିଛନ୍ତି ଏବଂ ମଝିରେ ମଝିରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବୈଠକ କରି ଦେଶର ସ୍ଥିତି ଉପରେ ଆଲୋଚନା କରୁଛନ୍ତି । ଆଜିର ବୈଠକରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ସାମିଲ ହେବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: