ନୂଆଦିଲ୍ଲୀ,୨୪।୧:ଆଜି କେନ୍ଦ୍ର କ୍ୟାବିନେଟ ବୈଠକ| ରାଜଧାନୀ ଦିଲ୍ଲୀରେ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ। ଗତ ସପ୍ତାହରେ ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ, ଦେଶ ଏହି ସମୟରେ ସର୍ବୋତ୍ତମ ଯୁଗ ଦେଇ ଗତି କରୁଛି। ଦେଶର ବିକାଶ ପାଇଁ ଆମେ ନିଜକୁ ସମ୍ପୂର୍ଣ୍ଣ ଭାବେ ଉତ୍ସର୍ଗ କରିବା ସହ ଦେଶର ବିକାଶ ପାଇଁ ନୂତନ ପଦକ୍ଷେପ ଗ୍ରହଣ କରାଯିବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |