ପୁରୀ,୨୦।୩ : ଆଜି ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଚୈତ୍ର କୃଷ୍ଣ ଚତୁର୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜୀଉଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ଖସାପଡ଼ା ଲାଗି କରାଯିବା ପରମ୍ପରା ରହିଛି। ଏହି ନୀତି ଶେଷ ପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବ। ଏହାଛଡ଼ା ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ ଅନୁଷ୍ଠିତ ହେବ।ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟ ମଧ୍ୟରେ ସର୍ବସାଧାରଣ ଦର୍ଶନ ବାରଣ ରହିଛି। ନୀତି ପାଇଁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାଆନ୍ତି। ଶୁଦ୍ଧ ସୁଆର ଖଳି, କଇଁଥ ଅଠା ଯୋଗାଇ ଦିଅନ୍ତି। ବେହରଣ ଦ୍ବାର ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିଥାଆନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |