ଆଜି ତ୍ରୟୋଦଶ ବ୍ରିକ୍ସ ସମ୍ମିଳନୀ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୦୯/୦୯ : ଆଜି ତ୍ରୟୋଦଶ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ । କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ଭର୍ଚୁଆଲ ପ୍ଲାଟଫର୍ମରେ ଏହା ଆୟୋଜିତ ହେଉଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ । ଏଥିରେ ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସନାରୋ, ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ଚୀନ୍‌ ରାଷ୍ଟ୍ରପତି ସି. ଜିନପିଙ୍ଗ ଓ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମଫୋସା ସାମିଲ ହେବେ । ବିଭିନ୍ନ ଅନ୍ତର୍ଜାତୀୟ ସଂସ୍ଥାର ସଂସ୍କାର, ଆତଙ୍କବାଦ ଦମନ, ଆଫଗାନିସ୍ତାନ ପରିସ୍ଥିତି, ସଦସ୍ୟ ରାଷ୍ଟ୍ରଗୁଡିକ ମଧ୍ୟରେ ପାରସ୍ପରିକ ସମ୍ପର୍କ ବୃଦ୍ଧି, କୋଭିଡ-୧୯ ମୁକାବିଲା ଏବଂ ବିଭିନ୍ନ ଆଞ୍ଚଳିକ ଓ କ୍ଷେତ୍ରୀୟ ପ୍ରସଙ୍ଗ ଉପରେ ଏହି ବୈଠକରେ ଆଲୋଚନା କରାଯିବ । ତୃତୀୟ ଥର ପାଇଁ ଭାରତ ବ୍ରିକ୍ସ ସମ୍ମିଳନୀରେ ଅଧ୍ୟକ୍ଷତା କରିବାକୁ ଯାଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: