ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୮/୦୬:   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ୧୩ଦିନିଆ ବିଦେଶ ଗସ୍ତରେ ଯାଉଛନ୍ତି।   ମିଳିଥିବା ସୂଚନା ଅନୁସାରେ , ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶନିବାର ଅପରାହ୍ନ ସାଢ଼େ ୧ଟାରେ ଭୁବନେଶ୍ବରରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ସେଠାରୁ ୨୦ ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ୍ ଅଭିମୁଖେ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀ ରୋମସ୍ଥିତ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମ (ୱାଲର୍ଡ ଫୁଡ୍ ପ୍ରୋଗ୍ରାମ) ରେ ଓଡ଼ିଶାର ସଫଳତା କାହାଣୀ ସଂକ୍ରାନ୍ତୀୟ ଏକ କାର୍ଯ୍ୟକ୍ରମରେ ଭାଗ ନେବେ। ମୁଖ୍ୟମନ୍ତ୍ରୀ ୨୬ ତାରିଖ ଅପରାହ୍ନ ୩୨୫ରେ ରୋମରୁ ଦୁବାଇ ଫେରିବେ। ଦୁବାଇରେ ୨୯ ତାରିଖରେ ଭାରତ ସରକାର ଓ ଫିକ୍କି ଦ୍ବାରା ଆୟୋଜିତ ଓଡ଼ିଶା ନିବେଶକ ସମ୍ମିଳନୀ (ଇନଭେଷ୍ଟର୍ସ ମିଟ୍) ରେ ଯୋଗ ଦେବେ। ୩୦ ଅପରାହ୍ନରେ ୩ଟା ୨୫ ମିନିଟରେ ଦୁବାଇ ଛାଡ଼ିବେ ଓ ରାତି ୮ଟା ୨୦ରେ ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ରାତି ୯ଟା ୩୦ ମିନିଟରେ ଭୁବନେଶ୍ବର ଅଭିମୁଖେ ବାହାରି ରାତି ୧୧.୩୦ରେ ଏଠାରେ ପହଞ୍ଚିବେ ବୋଲି କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଥିବା ସୂଚନା ମିଳିଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: