ଆଜି ଦେଶ ପାଳୁଛି ୫୧ତମ ‘ବିଜୟ ଦିବସ’

ନୂଆଦିଲ୍ଲ,୧୬ ।୧୨: ଆଜି ଦେଶ ପାଳୁଛି ବିଜୟ ଦିବସ।୧୯୭୧ ‘ବାଂଲାଦେଶ ମୁକ୍ତି ଯୁଦ୍ଧ’ରେ ପାକିସ୍ତାନ ଉପରେ ବିଜୟ ହାସଲ କରିଥିବା ଭାରତ ଆଜି ୫୧ତମ ‘ବିଜୟ ଦିବସ’ ପାଳନ କରୁଛି। ୧୯୭୧ ମସିହା ଡିସେମ୍ବର ୧୬ ତାରିଖରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିଲା ଯୁଦ୍ଧ । ଆଉ ଏହି ଯୁଦ୍ଧରେ ପାକିସ୍ତାନକୁ ମୁହଁତୋଡ ଜବାବ ଦେଇଥିଲା ଭାରତ। ପାଖାପାଖି ୯୩ ହଜାର ପାକିସ୍ତାନୀ ସୈନିକ ଶେଷରେ ଭାରତୀୟ ସେନାଙ୍କ ପାଖରେ ଆତ୍ମସମର୍ପଣ କରିଥିଲେ। ଏହି ଯୁଦ୍ଧର ଫଳାଫଳରେ ଗଠନ ହୋଇଥିଲା ବାଂଲାଦେଶ। ଯୁଦ୍ଧରେ ଭାରତୀୟ ସୈନିକଙ୍କ ବୀରତା, ଅଦମ୍ୟ ସାହସିକତାକୁ ଆଜି ମନେ ପକାଉଛି ଦେଶ। ଏହି ଅବସରରେ ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ‘ଜାତୀୟ ଯୁଦ୍ଧ ସ୍ମାରକୀ’ରେ ପୁଷ୍ପମାଲ୍ୟ ପ୍ରଦାନ ଉତ୍ସବରେ ଯୋଗା ଦେଇ ସହିଦ ଯବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାର ଅବ୍ୟବହିତ ପୂର୍ବରୁ ଗୁରୁବାର ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସେନା ମୁଖ୍ୟ ଜେନେରାଲ୍‌ ମନୋଜ ପାଣ୍ଡେ ଆର୍ମି ହାଉସ୍‌ରେ ‘ଆଟ୍‌ ହୋମ୍‌’ ରିସେପ୍‌ସନ୍‌ରେ ଯୋଗ ଦେଇଥ‌ିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!