ଆଜି ନାମାଙ୍କନପତ୍ର ଦାଖଲର ଶେଷ ଦିନ,ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର ୨୧।୧: ଆଜି ନାମାଙ୍କନପତ୍ର ଦାଖଲର ଶେଷ ଦିନ,ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ| ଆଜି ହେଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନ। ବର୍ତ୍ତମାନ ପର୍ଯ୍ୟନ୍ତ ୧ ଲକ୍ଷ ୩୩ ହଜାର ୫୮୪ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଆଜି ମଧ୍ୟ ଏକାଧିକ ପ୍ରାର୍ଥୀପତ୍ର ଦାଖଲ ହେବ ବୋଲି ଆଶା କରାଯାଉଛି । ଯାହାଫଳରେ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ, ବ୍ଲକ ଏବଂ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭିଡ଼ ଜମିବ । ଗତକାଲି ମଧ୍ୟ ଅନେକ ଭିଡ଼ ଜମିଥିଲା ତେଣୁ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ନିର୍ବାଚନ ଆୟୋଗ ମଧ୍ୟ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ଭିଡ଼କୁ ନିୟନ୍ତ୍ରଣ କରିବା ସହ ଶାନ୍ତି ଶୃଙ୍ଖଳାରେ ଏହାକୁ ସାରିବାକୁ । ସୁଚନା ଅନୁସାରେ ପୁର୍ବରୁ ଜାରୀ ହୋଇଥିବା ନିର୍ଦ୍ଦେଶନାମା ଅନୁସାରେ ପ୍ରଚାର ପ୍ରସାରରେ ପ୍ରାର୍ଥୀଙ୍କ ସହ ଅନ୍ୟୁନ ୫ ଜଣ ଯାଇପାରିବେ । କେବଳ ଏତିକି ନୁହେଁ କୌଣସି ଦଳର ଫଳକ ମଧ୍ୟ ନଲଗାଇବାକୁ କୁହାଯାଇଛି । ହେଲେ ଏହାକୁ ଉଲ୍ଲଂଘନ କରାଯାଉଥିବା ଘଟଣା   ସାମ୍ନାକୁ ଆସୁଛି ।   ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଂଶଗ୍ରହଣ ନିମନ୍ତେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାର୍ଥୀ/ପ୍ରାର୍ଥନୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ ସମୟରେ କୋଭିଡ୍‌-୧୯ ନିୟମାବଳୀ ଉଲ୍ଲଂଘନ ସହ ପ୍ରବଳ ଜନଗହଳି ହେଉଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ନଜରକୁ ଆସିଛି  । ନିର୍ବାଚନ କମିଶନ ଗତ ୧୫ ତାରିଖରେ ଅନୁଷ୍ଠିତ ହୋଇଥିବା ଜିଲ୍ଲାପାଳ-ଆରକ୍ଷୀ ଅଧୀକ୍ଷକ ସମ୍ମିଳନୀରେ ସ୍ପଷ୍ଟ ଭାବେ ଉଲ୍ଲେଖ କରିଥିଲେ ଯେ ଜଣେ ଡି.ଏସ୍‌.ପି ପାହ୍ୟାର ପୁଲିସ ଅଧିକାରୀଙ୍କୁ କୋଭିଡ଼୍‌ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯିବ  । ପ୍ରାର୍ଥୀ/ପ୍ରାର୍ଥୀନୀମାନଙ୍କର ନାମାଙ୍କନ ପତ୍ର ଦାଖଲ ଓ ନିର୍ବାଚନୀ ବୈଠକ ସମୟରେ ହେଉଥିବା ଭିଡ଼କୁ ନିୟନ୍ତ୍ରଣ ସହ କଡ଼ାକଡ଼ି ଭାବେ କୋଭିଡ୍‌-୧୯ ନିୟମାବଳୀର ଅନୁପାଳନ କରାଯିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ  ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: