ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା,ସ୍ନାନବେଦୀରେ ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ ,୧୪/୦୬:  ଆଜି ପବିତ୍ର ସ୍ନାନପୂର୍ଣ୍ଣିମା । ଶ୍ରୀଜିଉମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ।  ଏଥି ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି । ଶ୍ରୀମନ୍ଦିର ସେବାୟତ, ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ନିଜ ନିଜ ସ୍ତରରେ ପ୍ରସ୍ତୁତ ଅଛନ୍ତି । ଭୋର ସକାଳୁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଯାଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ନୀତି ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ରାତି ସାଢ଼େ ୩ଟାରେ ଡୋରଲାଗି ଓ ପୁଷ୍ପାଞ୍ଜଳି ପରେ ଭୋରରୁ ରତ୍ନବେଦୀ ଛାଡି ଧାଡି ପହଣ୍ଡିରେ ଆସି ସ୍ନାନବେଦିରେ ବିଜେ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ପ୍ରଭୁ ଜଗନ୍ନାଥ ସ୍ନାନ ମଣ୍ଡପରେ ବିଜେ କରିଛନ୍ତି। ମହାପ୍ରଭୁଙ୍କ ହାତୀବେଶ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ମନରେ ପ୍ରବଳ ଉତକଣ୍ଠା ରହିଛି । ମହାସ୍ନାନ ପରେ ବହୁପ୍ରତୀକ୍ଷିତ ହାତୀ ବେଶ ଅନୁଷ୍ଠିତ ହେବ । ସୂଚନାଯୋଗ୍ୟ, ପ୍ରଭୁ ଜଗନ୍ନାଥ ଗଣପତି ଉପାସକ ଗଣପତି ଭଟ୍ଟଙ୍କୁ ପ୍ରଥମେ ଗଜାନନ ବେଶରେ ଦର୍ଶନ ଦେଇଥିଲେ । ସେହିଦିନ ଠାରୁ ମହାପ୍ରଭୁଙ୍କୁ ସ୍ନାନମଣ୍ଡପରେ ଗଜାନନ ବେଶ ଅର୍ଥାତ ହାତୀ ବେଶ କରାଯାଇ ଆସୁଛି ।  ମହାପ୍ରଭୁଙ୍କ ଏହି ମାନବୀୟ ଲୀଳାଖେଳାକୁ ସୁବ୍ୟବସ୍ଥିତ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କୁ ଶୃଙ୍ଖଳିତ ଦର୍ଶନ କରାଇବା ପାଇଁ ୧୩୫୫ ପ୍ଲାଟୁନ ପୋଲିସ ସମତେ ୫୨ ପ୍ଲାଟୁନ ପୋଲସ ଫୋର୍ସ ଉପସ୍ଥିତ ଅଛନ୍ତି । ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ପାକିଂ ବ୍ୟବସ୍ଥା ମଧ୍ୟ କରାଯାଇଛି । ଭୁବନେଶ୍ୱର ଓ କୋଣାର୍କ ପାଶ୍ୱର୍ରୁ ଆସୁଥିବା ଭକ୍ତମାନେ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଆସିପାରିବେ । ଟାଉନ ବସ୍‌ରେ ବଡ଼ଦାଣ୍ଡକୁ ଆସିବାକୁ ଚାହୁଁଥିଲେ, ମେଡିକାଲ ଛକରେ ଓହ୍ଲାଇବାକୁ ପଡ଼ିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: